ଏନ୍ଆଇଟି ରାଉରକେଲାରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମ
1 min read
ଗତ କିଛିଦିନ ଧରି ରାଉରକେଲା ସହରରେ ଥିବା ଏନ୍ଆଇଟି ଅନୁଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେଉଛି ଏହି କ୍ରମରେ ଶନିବାର ସହରର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପଥପ୍ରାନ୍ତ ନାଟକ, ବିଜ୍ଞାନ ପ୍ରଦର୍ଶନୀ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଆଦିବାସୀ ନୃତ୍ୟ ଆଦି ଅନୁଷ୍ଠିତ ହୋଇଯାଇଛି ଅନୁଷ୍ଠାନର ନିର୍ଦ୍ଦେଶକ ପ୍ରଫେସର କେ ଉମାମହେଶ୍ବର ରାଓଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସାମ୍ପ୍ରତିକ ବିଷୟ ସମ୍ପର୍କରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ସଚେତନତା ବାର୍ତ୍ତା ଦିଆଯାଇଥିଲା ସେହିଭଳି ଛାତ୍ରଛାତ୍ରିମାନଙ୍କ ମଧ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ଆୟୋଜିତ ହୋଇଥିଲା ବିଜ୍ଞାନ ପ୍ରଦର୍ଶନୀ ଏହାସହିତ ବିଭିନ୍ନ ବର୍ଗର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ପ୍ରଦର୍ଶିତ ହୋଇଥିଲା ନୃତ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ