ରାଜ୍ୟରେ ଜାରି ରହିବ ପ୍ରବଳ ବର୍ଷା, ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

1 min read
Spread the love

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବୃଷ୍ଟିପାତ ଜାରି ରହିଛି। ଚଳିତ ବର୍ଷ ଆଜି ପର୍ଯ୍ୟନ୍ତ ସବୁଠାରୁ ବଡ଼ ବର୍ଷା ଶନିବାର ଦିନ ରେକର୍ଡ ହୋଇଛି। ଆସନ୍ତା ୧୯ ତାରିଖ ଯାଏ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ପରେ ସ୍ବତନ୍ତ୍ର ରିଲିଫ୍‌ କମିସନର୍‌ ତତ୍ପରତା ଦେଖାଇଛନ୍ତି। ରାଜ୍ୟରେ ଏବେ ପୁଣି ଥରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବା ବେଳେ ଆସନ୍ତା ୧୮ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ ଅନୁଯାୟୀ, ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଦିଗରେ ଓ ଓଡ଼ିଶା-ପଶ୍ଚିମବଙ୍ଗର ଗାଙ୍ଗେୟ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୫.୮ କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହା ପରବର୍ତୀ ୨ରୁ ୩ ଦିନ ମଧ୍ୟରେ କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଉତ୍ତର ଓଡ଼ିଶାକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଏଥିସହ ସକ୍ରିୟ ମୌସୁମୀ ଓ ୧୮ ତାରିଖର ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲଗାତାର ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

error: Content is protected !!