ରାଜଗାଙ୍ଗପୁର ରେଳ ଓଭର ବ୍ରିଜ ପାଇଁ ଲୋକଙ୍କ ଠାରୁ ସିଧା ସଳଖ ଜମି ଅଧିଗ୍ରହଣ ବଦଳରେ ଜମି କିଣାଯିବ

1 min read
Spread the love

ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଳ ଓଭରବ୍ରିଜ ନିର୍ମାଣ ହ୍ବାକୁ ଯାଉଛି। ଏଥିପାଇଁ ଜମି ଅଧିଗ୍ରହଣ କରା ନ ଯାଇ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମାର୍ଚ୍ଚ ମାସ ୧୧ ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମୀକ୍ଷା କରିବା ସହିତ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିଥିଲେ। ଏହି ଗସ୍ତ ସମୟରେ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ସମସ୍ୟା ସଂପର୍କରେ ସେ ଅବଗତ ହୋଇଥିଲେ।

ଏ ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଓଭର ବ୍ରିଜ ପାଇଁ ଆବଶ୍ୟକ ଜମିକୁ ସିଧାସଳଖ ରାଜ୍ୟ ସରକାର କିଣିନେଇ ନିର୍ମାଣ କାମକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ। ଏହି ରେଳ ଓଭରବ୍ରିଜଟି ସୁନ୍ଦରଗଡ ଜିଲ୍ଲାର ସୋନାଖାନ୍ ଓ କାଂଶବାହାଲ ଷ୍ଟେସନ ମଧ୍ୟରେ ରାଜଗାଙ୍ଗପୁର ମୌଜାରେ ନିର୍ମାଣ କରାଯିବ। ଏନେଇ ବିଜୁ ଜନତା ଦଳର ବରିଷ୍ଠ ନେତା ମଙ୍ଗଳା କିଷାନ , ପୌରଅଧକ୍ଷା ମାଧୁରି ଲୁଗୁନ୍, ଉପାଧ୍ୟକ୍ଷ ମହମ୍ମଦ ଇରଫାନ ଓ ରାଜଗାଙ୍ଗପୁର ବାସି ଏଭଳି ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।

Leave a Reply

Your email address will not be published. Required fields are marked *

error: Content is protected !!