ମୁଖ୍ୟମନ୍ତ୍ରୀଙ୍କ ସହ ହକି ଇଣ୍ଡିଆର କର୍ମକର୍ତ୍ତାଙ୍କ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା

1 min read
Spread the love

ଭାରତୀୟ ହକିର ପ୍ରାୟୋଜନକୁ ଆଉ ୩ ବର୍ଷ ବୃଦ୍ଧି କରାଯିବ

ଶୁକ୍ରବାର ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଆଲୋଚନା ପ୍ରସଙ୍ଗରେ ସେମାନେ କହିଥିଲେ ଯେ ହକି  ପାଇଁ ଓଡ଼ିଶାକୁ ବିଶ୍ଵ ରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶ ରେ ଓଡ଼ିଶା ର ପ୍ରଶଂସନୀୟ ଅବଦାନ ରହିଛି ବୋଲି ସେମାନେ କହିଥିଲେ।

ଭବିଷ୍ୟତରେ ଓଡ଼ିଶା ସରକାର ଙ୍କ ସହ ମିଶି ହକି କୁ ପରବର୍ତ୍ତୀ ପର୍ଯ୍ୟାୟ କୁ ନେବା ପାଇଁ ମିଳିମିଶି କାମ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା ସରକାର ଙ୍କ ପକ୍ଷରୁ ୨୦୩୬ ମସିହା ରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ର ଶହେ ବର୍ଷ ପୂର୍ତ୍ତି ପାଳନ ହେବାକୁ ଯାଉଛି, ସେଥିପାଇଁ ଓଡ଼ିଶା ସରକାରଙ୍କ ହକି ଇଣ୍ଡିଆ କୁ ପ୍ରାୟୋଜନ ଅବଧି ସମୟକୁ ୨୦୩୩ ରୁ ଆଉ ତିନିବର୍ଷ ପାଇଁ ବୃଦ୍ଧି କରାଯିବ ଏବଂ ହକିର ଉନ୍ନତି ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇଦିଆଯିବ। ସୂଚନା ଯୋଗ୍ୟ ଯେ, ଓଡ଼ିଶା ସରକାର ୨୦୧୮ ମସିହା ରୁ ଭାରତୀୟ ହକି ଦଳ ର ପ୍ରାୟୋଜକ ଦାୟିତ୍ଵ ନେଇଛନ୍ତି।

୨୦୨୩ ରୁ ୧୦ ବର୍ଷ ପାଇଁ ପ୍ରାୟୋଜକ ହେବା ପାଇଁ ପୂର୍ବ ସରକାର ଘୋଷଣା କରିଥିଲେ। ଏଥିପାଇଁ ଆବଶ୍ୟକ କାର୍ଯ୍ୟ ମଧ୍ୟ ସରିଛି। ନିକଟରେ ରାଜ୍ୟ କ୍ରୀଡ଼ା ଓ ଯୁବ ବିଭାଗ ମନ୍ତ୍ରୀଭାବେ ଦାୟିତ୍ୱ ନେଇଥିବା ସୂର୍ଯ୍ୟବଂଶୀ ସୁରଜ ମଧ୍ୟ ହକି ପ୍ରତି ଓଡ଼ିଶା ବାସୀଙ୍କ ଭାବାବେଗ କୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି। ଏହି ଅବସରରେ ରାଜ୍ୟ ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା, କ୍ରୀଡା ସଚିବ ଭିନିଲ କ୍ରିଷ୍ଣା ଏବଂ ଅନ୍ୟ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

error: Content is protected !!